ସମ୍ବଲପୁର, ୧୮ା୭ (ଅନୁପମ ମିଡିଆ): ସୋମବାର ସଂନ୍ଧ୍ୟା୬ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରରୁ ମୋଟ୍ ୫ଟି ସ୍ଲìଇସ୍ ଗେଟ୍ ଓ ଅନ୍ୟାନ୍ୟ ପାୱାର ଚାନେଲ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ ରହିଛି । ଜଳ ଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।
ଜଳ ଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୮ ହଜାର ୫୧୫ ଘନଫୁଟ୍ ଜଳ ପ୍ରବେଶ କରୁଛି । ସେହି ସମୟରେ ମୋଟ୍ ଗୋଟିଏ ସ୍ଲìଇସ୍ ଗେଟ୍ ଓ ଅନ୍ୟାନ୍ୟ ପାୱାର ଚାନେଲ ଦେଇ ପ୍ରତି ସେକେଣ୍ଡରେ ୧ ଲକ୍ଷ ୧୬ ହଜାର ୫୪୧ ଘନଫୁଟ୍ ରୁ ଉର୍ଦ୍ଧ୍ୱ ଜଳ ମହାନଦୀକୁ ଛଡାଯାଉଛି । ବନ୍ଧର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଜଳ ଭଣ୍ଡାରର ଜଳ ପତନ ସଂନ୍ଧ୍ୟା୬ଟା ସୁଦ୍ଧା ୬୧୩.୨୭ ଫୁଟ୍ ରହିଛି ।