ଆଜି ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ରେଜଲଫ

July 26, 2022, ଓଡ଼ିଶା, , Anupambharat News Bureau


ଆଜି ଯୁକ୍ତ ଦୁଇ ବିଜ୍ଞାନ  ଓ ବାଣିଜ୍ୟ ରେଜଲଫ
Anupambharat News Bureau
July 26, 2022


ଭୁବନେଶ୍ୱର, ୨୬ା୭ (ଅନୁପମ ମିଡିଆ): ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ଅପରାହ@ ୪ଟା ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଫଳାଫଳ ପ୍ରକାଶ ପାଇବ ବୋଲି ଜଣାପଡ଼ିଛି । ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ ଆଜି ପ୍ରକାଶ ପାଇବା ସହ କଳାର ଫଳାଫଳ ସପ୍ତାହକ ମଧ୍ୟରେ ପ୍ରକାଶ ପାଇବ ବୋଲି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ବୁଧବାର ଅପରାହ@ ୪ଟାରେ ପରୀକ୍ଷା ଫଳ ପ୍ରକାଶ ପାଇବାକୁ ଥିବା ବେଳେ ଛାତ୍ରଛାତ୍ରୀ େୱବସାଇଟ ମାଧ୍ୟମରେ ରେଜଲଫ ପାଇ ପାରିବେ । ବିଜ୍ଞାନ ବିଭାଗର ୭୮ ହଜାର ଓ ବାଣିଜ୍ୟର ୨୪ ହଜାର ଛାତ୍ରଛାତ୍ରୀଙ୍କୁ ମିଶାଇ ପାଖାପାଖି ୧ ଲକ୍ଷ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ । ପ୍ରତିବର୍ଷ ପରି ଏଥର ମଧ୍ୟ ବିଜ୍ଞାନ ଓ ବାଣିଜ୍ୟର ସମସ୍ତ ଉତ୍ତର ଖାତା ଇ-ମୂଲ୍ୟାୟନ କରାଯାଇଛି । ମୂଲ୍ୟାୟନ ଲାଗି ୧୨ହଜାରରୁ ଅଧିକ ଅଧ୍ୟାପକଙ୍କୁ ନିଯୁକ୍ତ କରାଯାଇଥିଲା । ମୂଲ୍ୟାୟନରେ ସ୍ୱଚ୍ଛତା ବଜାୟ ରଖିବା ଲାଗି ପ୍ରତି କେନ୍ଦ୍ରରେ ସିସିଟିଭି ଲାଗିବା ସହ ଇ-ମୂଲ୍ୟାୟନ କେନ୍ଦ୍ରରେ ଏସି ଲଗାଇବା ବାଧ୍ୟତାମୂଳକ ହୋଇଥିଲା । ଚଳିତବର୍ଷ ରାଜ୍ୟର ୧୧୩୩ଟି ପରୀକ୍ଷା କେନ୍ଦ୍ରରେ ୩ଲକ୍ଷ ୨୧ହଜାର ୫୦୮ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ପଞ୍ଜୀକରଣ କରିଥିଲେ । ସେମାନଙ୍କ ମଧ୍ୟରୁ କିଛି ଜଣ ଅନୁପସ୍ଥିତ ରହିଥିବା ନଜରକୁ ଆସିଥିଲା ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ପ୍ରଥମ ଦିନରେ ୪ ରାଉଣ୍ଡ ବିଡିଂ

ପ୍ରଥମ ଦିନରେ ୪ ରାଉଣ୍ଡ ବିଡିଂ

Read More...

ଭୁବନେଶ୍ୱର ନାଇଜରରେ ହେବ କ୍ୟାନ୍ସର ହସ୍ପିଟାଲ

ଭୁବନେଶ୍ୱର ନାଇଜରରେ ହେବ କ୍ୟାନ୍ସର ହସ୍ପିଟାଲ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page