ଭୁବନେଶ୍ୱର, ୩୦ା୮ (ଅନୁପମ ମିଡିଆ): ଗଞ୍ଜାମ ଜିଲ୍ଲା ପୋଲସରାରେ ସରକାରୀ ଆଇଟିଆଇ ଖୋଲିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।
ଏହା ଫଳରେ ଗଞ୍ଜାମ ଜିଲ୍ଲାରେ ସରକାରୀ ଆଇଟିଆଇ ସଂଖ୍ୟା ୬ରେ ପହାଞ୍ଚିବ । ପୂର୍ବରୁ ଛତ୍ରପୁର, ପୁରୁଷୋତ୍ତମପୁର, ବ୍ରହ୍ମପୁର, ଶେରଗଡ ଓ ହିଞ୍ଜିଳିକାଟୁରେ ଗୋଟିଏ ଲେଖାଏଁ ସରକାରୀ ଆଇଟିଆଇ କାର୍ଯ୍ୟ କରୁଛି । ପୋଲସରାରେ ସରକାରୀ ଆଇଟିଆଇ ଖୋଲିବା ଦ୍ୱାରା ସେ ଅଞ୍ଚଳର ଜନସାଧାରଣ ବହୁ ଦିନର ଦାବୀ ପୂରଣ ହୋଇପାରିଛି ।