ତାଳଚେର, ଅନୁଗୋଳ ଓ ଢ଼େଙ୍କାନାଳ ଦେଇ କୋଲକତାକୁ ନୂଆ ଟ୍ରେନ : ଧର୍ମେନ୍ଦ୍ର

September 25, 2022, ଓଡ଼ିଶା, , Anupambharat News Bureau


ତାଳଚେର, ଅନୁଗୋଳ ଓ ଢ଼େଙ୍କାନାଳ ଦେଇ କୋଲକତାକୁ ନୂଆ ଟ୍ରେନ : ଧର୍ମେନ୍ଦ୍ର
Anupambharat News Bureau
September 25, 2022


ଅନୁଗୋଳ,୨୫ା୯(ଅନୁପମ ମିଡ଼ିଆ): ­ଖୁବ ଶୀଘ୍ର ସମ୍ବଲପୁରରୁ ଏକ ନୂଆ ଟ୍ରେନ ତାଳଚେର, ଅନୁଗୋଳ ଓ ଢ଼େଙ୍କାନାଳ ଦେଇ କୋଲକତାକୁ ଚଳାଚଳ କରିବ ବୋଲି ରବିବାର ରେଳ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ଅନୁଗୋଳ ଓ ଢ଼େଙ୍କାନାଳରେ କ୍ରିୟାନ୍ୱୟନ ହେଉଥିବା ବିଭିନ୍ନ ରେଳବାଇ ପ୍ରକଳ୍ପର ଅଗ୍ରଗତି ନେଇ ଆଲୋଚନା କରିବା ଅବସରରେ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
କେନ୍ଦ୍ରମନ୍ତ୍ରୀ ପ୍ରଧାନ ଆଜି ଭୁବନେଶ୍ୱର ମଞ୍ଚେଶ୍ୱର ଷ୍ଟେସନରୁ ଟ୍ରେନ୍‌ ଯୋଗେ ଏକ ସ୍ୱତନ୍ତ୍ର ବଗିରେ ପୂର୍ବତଟ ରେଳ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲା ଗସ୍ତ କରିଥିଲେ । ସେ ତାଳଚେର ରୋଡ, ଅନୁଗୋଳ, ଏମସିଏଲର ବଳରାମ ସାଇଟ, ତାଳଚେର, ସୁନାଖଣି, ବୁଢ଼ାପଙ୍କ, ମେରାମୁଣ୍ଡଳି, ହିନ୍ଦୋଳ ରୋଡ, ସଦାଶିବପୁର ରେଳ ଷ୍ଟେସନ ପରିଦର୍ଶନ କରିବା ସହ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ନେଇ ରେଳ ଅଧିକାରୀଙ୍କୁ ପଚାରି ବୁଝିଥିଲେ । ଏହାବ୍ୟତିତ ବଅଁରପାଳ ବ୍ଲକର ବ୍ରିଜ ନଂ ୫ ଏବଂ ନତଡ଼ା ଗ୍ରାମ ପଞ୍ଚାୟତରେ ଥିବା ହିଙ୍ଗୁଳା ଅଞ୍ଚଳରେ ନିର୍ମାଣାଧୀନ ରେଲ୍‌ ଲିଙ୍କର କାର୍ଯ୍ୟ ଦେଖିଥିଲେ । ପରବର୍ତ୍ତୀ ପର୍ଯ୍ୟାୟରେ ଅନୁରୂପ ଭାବେ ଢ଼େଙ୍କାନାଳ, ଶ୍ୟାମଚରଣପୁର, ଜୋରନ୍ଦା ରୋଡ ରେଳ ଷ୍ଟେସନରେ ହୋଇଥିବା ଅଗ୍ରଗତି କାର୍ଯ୍ୟ ଗୁଡ଼ିକ ପ୍ରତ୍ୟକ୍ଷ ଭାବେ ବୁଲି ଦେଖିଥିଲେ । ପ୍ରଧାନ ଷ୍ଟେସନରେ ଚାଲିଥିବା କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ନେଇ ରେଳ ଅଧିକାରୀଙ୍କ ସହ ଆଲୋଚନା କରିବା ସହ ସବୁ ଷ୍ଟେସନରେ ସ୍ଥାନୀୟ ଲୋକଙ୍କୁ ଭେଟି ସେମାନଙ୍କ ସହ କଥାର୍ବାା କରିଥିଲେ ।
ଏହି ଅବସରରରେ ପ୍ରଧାନ କହିଛନ୍ତି ଯେ, ଅନୁଗୋଳରୁ କୋଲକତା ପର୍ଯ୍ୟନ୍ତ ସିଧାସଳଖ ଟ୍ରେନ ଚଳାଚଳ କରିବା ପାଇଁ ଜିଲ୍ଲାବାସୀଙ୍କ ଥିବା ଦୀର୍ଘ ଦିନର ଦାବି ରହିଥିଲା । ଏହାକୁ ମୋଦି ସରକାର ସ୍ୱୀକୃତି ଦେଇଛନ୍ତି । ଖୁବ ଶୀଘ୍ର ଏକ ନୂଆ ଟ୍ରେନ ସମ୍ବଲପୁରରୁ ଅନୁଗୋଳ, ତାଳଚେର ଓ ଢ଼େଙ୍କାନାଳ ଦେଇ କୋଲକାତା ଯିବ । ଅନୁଗୋଳ ଓ ଢ଼େଙ୍କାନାଳ ମଧ୍ୟରେ ନୂଆ ରେଳ ଚଳାଚଳ କରିବାର ଦାୟିତ୍ୱ ନେଇ ଜିଲ୍ଲାବାସୀଙ୍କୁ ପୂଜା ଉପହାର ଦେଇଥିବାରୁ ପ୍ରଧାନମନ୍ତ୍ରୀ ମୋଦି ଓ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି ।
ପ୍ରଧାନ କହିଛନ୍ତି ଯେ ଭାରତ ସରକାରଙ୍କ ରେଳ ବିଭାଗ ତରଫରୁ ଅନୁଗୋଳ ଓ ଢ଼େଙ୍କାନାଳ ଅଞ୍ଚଳରେ ପ୍ରାୟ ୨,୫୦୦ କୋଟି ଟଙ୍କାର ରେଳ ପ୍ରକଳ୍ପର କାମ ଜାରୀ ରହିଛି । ତାଳଚେର ଗୋପାଳଗଡ଼ କଣିହାଁ ରାସ୍ତାରେ ସାଧାରଣ ଲୋକଙ୍କ ଯାତାୟତ ଏବଂ କୋଇଲା ପରିବହନ ପାଇଁ ପୃଥକ ପୃଥକ ରାସ୍ତା କରିବା ପାଇଁ ମଧ୍ୟ ଯୋଜନା କରାଯିବ ବୋଲି ସେ କହିଥିଲେ । ଏହି ଗସ୍ତ କାଳରେ କେନ୍ଦ୍ରମନ୍ତ୍ରୀଙ୍କୁ ଅନୁଗୋଳ ଓ ଢ଼େଙ୍କାନାଳର ବିଭିନ୍ନ ସ୍ଥାନରେ କାର୍ଯ୍ୟକର୍ତ୍ତାଙ୍କ ଦ୍ୱାରା ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ସୋନିଆଙ୍କୁ ସାକ୍ଷାତ କଲେ ନୀତିଶ ଓ ଲାଲୁ

ସୋନିଆଙ୍କୁ ସାକ୍ଷାତ କଲେ ନୀତିଶ ଓ ଲାଲୁ

Read More...

ଡଙ୍ଗା ବୁଡ଼ି ୨୪ ମୃତ, ଅନେକ ନିଖୋଜ

ଡଙ୍ଗା ବୁଡ଼ି ୨୪ ମୃତ, ଅନେକ ନିଖୋଜ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page