ଶେଷ ହେଲା ମେକ୍‌ ଇନ୍‌ ଓଡିଶା କନକ୍ଲେଭ୍‌: ମିଶନ ଶକ୍ତି ପାଇଁ ଏକ କୋଟିର ରିଭଲ୍‌ଭିଂ ପାଣ୍ଠି :ସବୁ ଜିଲ୍ଲାରେ ହେବ କ୍ଷୁଦ୍ର ଶିଳ୍ପ ପାର୍କ

December 03, 2022, ଓଡ଼ିଶା, , Anupambharat News Bureau


ଶେଷ ହେଲା ମେକ୍‌ ଇନ୍‌ ଓଡିଶା କନକ୍ଲେଭ୍‌: ମିଶନ ଶକ୍ତି ପାଇଁ ଏକ କୋଟିର ରିଭଲ୍‌ଭିଂ ପାଣ୍ଠି  :ସବୁ ଜିଲ୍ଲାରେ ହେବ କ୍ଷୁଦ୍ର  ଶିଳ୍ପ ପାର୍କ
Anupambharat News Bureau
December 03, 2022


ଭୁବନେଶ୍ୱର, ୦୩ ।୧୨ (ଅନୁପମ ମିଡିଆ): ଭୁବନେଶ୍ୱରରେ ଚାଲିଥିବା ମେକ୍‌ ଇନ୍‌ ଓଡିଶା କନକ୍ଲେଭରେ ଆଜି ମହିଳା ଉଦ୍ୟୋଗୀ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ କହିଛନ୍ତି ଯେ ୨୦୦୧ ରେ ଆରମ୍ଭ ହୋଇଥିବା ମିଶନ ଶକ୍ତି, ଆଜି ଓଡ଼ିଶାର ସତୁରି ଲକ୍ଷ ସଶକ୍ତ ମା ମାନଙ୍କର ଏକ ମହାଶକ୍ତି ହୋଇଛି । ମୋ ସରକାର ପାଇଁ ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ୍‌ ନୁହେଁ, ଏହା ଏକ ପବିତ୍ର ଦାୟିତ୍ୱ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୋର ଦୃଢ ବିଶ୍ୱାସ, ମା ମାନଙ୍କୁ ସଶକ୍ତ ନ କରି, କୌଣସି ପରିବାର, କୌଣସି ସାମାଜ, କୌଣସି ରାଜ୍ୟ ବା କୌଣସି ଦେଶ ଆଗକୁ ବଢ଼ି ପାରିବ ନାହିଁ ।ଓଡ଼ିଶାରେ ଆମର ଛଅ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠି କାମ କରୁଛନ୍ତି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଏସଏଚଜି ମାନଙ୍କୁ ଏସଏମଇ ରେ ରୂପାନ୍ତର କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ । ଏଥିପାଇଁ ଆମେ ସବୁ କିଛି କରିବାକୁ ପ୍ରସ୍ତୁତ ବୋଲି ପଟ୍ଟନାୟକ କହିଥିଲେ । ମିଶନ ଶକ୍ତି ମା ମାନଙ୍କୁ ବିନା ସୁଧରେ ପାଞ୍ଚ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦେବା ସଂକ୍ରାନ୍ତୀୟ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଦ୍ୱାରା ଓଡିଶାର ଲକ୍ଷ ଲକ୍ଷ ମା ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ପାଞ୍ଚ ବର୍ଷରେ ପାଞ୍ଚ ହଜାର କୋଟି ଟଙ୍କାର କାମ, ମା ମାନଙ୍କୁ ଦେବା ପାଇଁ ଓଡିଶା କ୍ୟାବିନେଟ ନିଷ୍ପତ୍ତି ନେଇଥିଲା ଓ ଏହାଦ୍ୱାରା ପ୍ରାୟ ଏକ ଲକ୍ଷ ଏସଏଚଜି ଉପକାର ପାଉଛନ୍ତି । ମିଶନ ଶକ୍ତି ଫେଡେରେସନମାନଙ୍କୁ ଆହୁରି ମଜବୁତ କରିବା ଓ ସେମାନଙ୍କୁ ସକ୍ରିୟ ଆର୍ଥିକ କେନ୍ଦ୍ରରେ ପରିଣତ କରିବା ଆମର ଲକ୍ଷ୍ୟ ବୋଲି ଉଲ୍ଲେଖ କରି ପ୍ରତି ଜିଲ୍ଲା ଫେଡେରେସନକୁ ଏକ କୋଟି ଟଙ୍କାର ରିଭଲଭିଂ ପାଣ୍ଠି, ପ୍ରତି ବ୍ଲକ ସ୍ତରରେ ଫେଡେରେସନକୁ ପଚାଶ ଲକ୍ଷ ଟଙ୍କାର ରିଭଲିଂ ପାଣ୍ଠି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
ସେହିପରି ପଞ୍ଚାୟତ ସ୍ତରରେ ଥିବା ଫେଡେରେସନ ପାଇଁ ମାର୍କେଟ କମପ୍ଲେକ୍ସ ସହ ସ୍ୱତନ୍ତ୍ର ଅଫିସ ଘର ମଧ୍ୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ମହିଳାମାନଙ୍କୁ ଉଦ୍ୟୋଗୀ କରିବା ଲକ୍ଷ୍ୟକୁ ସାକାର କରିବା ପାଇଁ ତିରିଶଟି ଯାକ ଜିଲ୍ଲାରେ ମାଇକ୍ରୋ, ମିନି ଶିଳ୍ପ ପାର୍କ କରାଯିବ ବୋଲି ମଧ୍‌ଯ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଓଡିଶାର ରୂପାନ୍ତରଣରେ ମା ମାନଙ୍କର ବଡ ଭୂମିକା ରହିଛି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ମା ମାନଙ୍କର ସାମଗ୍ରିକ ସଶକ୍ତିକରଣ ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତି ବିଭାଗର ଏକ କଫି ଟେବୁଲ ବୁକ, ମିଶନ ଶକ୍ତି ସ୍କେଲିଂ ଅପ ଉନ୍ମୋଚନ କରିଥିଲେ ଏବଂ କଟକ ମା ତାରେଣୀ ଏସଏଚଜିର କବିତା ସାହୁ, ସୁନ୍ଦରଗଡ଼ ଦିବ୍ୟଜ୍ୟୋତି ଏସଏଚଜିର ପ୍ରେମା ଦାସ ଓ ନୂଆପଡା ବନଦୁର୍ଗା ଏସଏଚଜିର
ଗାୟତ୍ରୀ ସୁନାଇଙ୍କୁ ସମ୍ମାନିତ କରିଥିଲେ ।.
ସେହିପରି ଏସଏଚଜି ମାନଙ୍କୁ ରୁଣ ଦେବା ରେ ଭଲ କାମ କରିଥିବା ଓଡିଶା ଗ୍ରାମ୍ୟ ବ୍ୟାଙ୍କ, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଓ ୟୁକୋ ବ୍ୟାଙ୍କକୁ ସମ୍ବର୍ଦ୍ଧିତ କରିଥିଲେ ।
କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ ତାଙ୍କ ଉଦବୋଧନରେ ମା ମାନଙ୍କ ବିକାଶ ପାଇଁ ନିଆଯାଇଥିବା ପଦକ୍ଷେପ ଉପରେ ଆଲୋକପାତ କରିଥିଲେ ।
ମିଶନ ଶକ୍ତି ସଚିବ ଶ୍ରୀମତୀ ସୁଜାତା ର୍କାିକେୟ ସ୍ୱାଗତ ଭାଷଣ ଦେଇଥିଲେ । ବିଭାଗୀୟ ନିର୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
୧୦ ଲକ୍ଷ ୪୮ ହଜାର ୮୦୭ କୋଟିର ନିବେଶ ପ୍ରସ୍ତାବ

୧୦ ଲକ୍ଷ ୪୮ ହଜାର ୮୦୭ କୋଟିର ନିବେଶ ପ୍ରସ୍ତାବ

Read More...

 ଓଆରଏଚଡିସି ଦୁର୍ନୀତି  : ବିନୋଦ କୁମାରଙ୍କୁ ତିନି ବର୍ଷ ଜେଲ୍‌

ଓଆରଏଚଡିସି ଦୁର୍ନୀତି : ବିନୋଦ କୁମାରଙ୍କୁ ତିନି ବର୍ଷ ଜେଲ୍‌

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page