ଭୁବନେଶ୍ୱର,୧୯ା୧୨ (ଅନୁପମ ମିଡିଆ): ଅନୁପସ୍ଥିତ ରହୁଥିବା ଶିକ୍ଷକମାନଙ୍କ ବିରୁଦ୍ଧରେ ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଦୀର୍ଘଦିନ ଧରି ଅନୁପସ୍ଥିତ ଥିବା ୨୬ ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଏତଦ୍ବ୍ୟତୀତ ୧୫୪ ଜଣ ପ୍ରାଥମିକ ଶିକ୍ଷକଙ୍କୁ ଦୀର୍ଘଦିନ ଧରି ଅନୁପସ୍ଥିତ ଥିବା ନେଇ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ସେହିପରି ପ୍ରାଥମିକ ବର୍ଗର କନିଷ୍ଠ ଶିକ୍ଷକ ଭାବେ କାର୍ଯ୍ୟ କରୁଥିବା ୯୬ ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଚାକିରିରୁ ବହିଷ୍କୃତ କରାଯାଇଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂତ୍ରରୁ ପ୍ରକାଶ । ଆଗାମୀ ଦିନରେ ଏହି ସମୀକ୍ଷା ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରାଯିବା ସହ ଏଭଳି କାର୍ଯ୍ୟ କ୍ଷେତ୍ରରେ ଅବହେଳାକୁ ଉଚିତ ଦଣ୍ଡବିଧାନ କରାଯିବ ।
ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗତ ୧୬ ଓ ୧୭ ତାରିଖ ସେଣ୍ଟ୍ରାଲ ଜୋନ୍ ର ଜିଲ୍ଲା ଶିକ୍ଷା ଅଧିକାରୀ ଓ ବ୍ଲକ୍ ଶିକ୍ଷା ଅଧିକାରୀମାନଙ୍କ ପାଇଁ ଦୁଇଦିନିଆ କର୍ମଶାଳା ଓ ସମୀକ୍ଷା ଅନୁଷ୍ଠିତ ହୋଇଯାଇଛି । ଗତ କର୍ମଶାଳାର ସମୀକ୍ଷା ବୈଠକରୁ ବହୁ ଶିକ୍ଷକ ଦୀର୍ଘ ଦିନ ଧରି ଅନୁପସ୍ଥିତ ରହୁଥିବା ଦୃଷ୍ଟିକୁ ଆସିଛି ।
ହକି ଷ୍ଟାଡିୟମ, ବିମାନବନ୍ଦର ଭିତ୍ତିଭୂମି ସମୀକ୍ଷା କଲେ ୫-ଟି ସଚିବ: ଖୁବଶୀଘ୍ର ବିମାନ ସେବା, ୧୩ରେ ଭାରତ-ସ୍ପେନ୍ ମ୍ୟାଚ୍
Read More...