ଭୁବନେଶ୍ୱର, ୭ା୭ (ଅନୁପମ ମିଡିଆ) : ସୋମବାର ଠାରୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ୍ ସପ୍ଲିାମଣ୍ଟାରୀ ପରୀକ୍ଷା ।
ଏଥିଲାଗି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷର ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଚଳିତ ବର୍ଷ ମୋଟ ୨୮ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେବେ । ଏଥିପାଇଁ ୧୨୨ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ମୁକ୍ତ ବିଦ୍ୟାଳୟ ପରୀକ୍ଷା ଲାଗି ଆଉ ୫୪ଟି କେନ୍ଦ୍ର କରାଯାଇଛି । ସମସ୍ତ ପରୀକ୍ଷା କେନ୍ଦ୍ରକୁ ନୋଡାଲ ସେଣ୍ଟର ଭାବେ ଚିହ୍ନଟ କରିଛି ବୋର୍ଡ । ପରୀକ୍ଷା ପାଇଁ ସବୁ କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଛି । ପ୍ରଶ୍ନପତ୍ର ଭାଇରାଲ ଭଳି ଘଟଣା ରୋକିବାକୁ ମୋବାଇଲ ଫୋନ୍ କଟକଣା ଉପରେ ଅଧିକ ଗୁରୁତ୍ୱ ଦେଇଛି ବୋର୍ଡ ।