ବଳଦେବଜୀଉ ମନ୍ଦିର ଓ ବଡ଼ଦାଣ୍ଡର ଉନ୍ନତିକରଣ ୮.୫ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

November 05, 2019, ଓଡ଼ିଶା, , Anupambharat News Bureau


ବଳଦେବଜୀଉ ମନ୍ଦିର ଓ ବଡ଼ଦାଣ୍ଡର ଉନ୍ନତିକରଣ ୮.୫ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
Anupambharat News Bureau
November 05, 2019

ବନେଶ୍ୱର,୫ ।୧୧(ଅନୁପମ ମିଡିଆ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ଓ ବଡ଼ଦାଣ୍ଡର ଉନ୍ନତିକରଣ ପାଇଁ ୮କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁୁର କରିଛନ୍ତି ।
ମଙ୍ଗଳବାର ସନ୍ଧ୍ୟାରେ ଲୋକସେବା ଭବନର ସମ୍ମିଳନୀ କକ୍ଷରୁ ମୁଖ୍ୟମନ୍ତ୍ରୀ ବିଡ଼ିଓ କନଫରେନସିଂ ଯୋଗେ କେନ୍ଦ୍ରାପଡ଼ା ସାଂସଦ, ବିଧାୟକ, ଜିଲ୍ଲାପାଳ, ମନ୍ଦିର ଟ୍ରଷ୍ଟ ଏବଂ ସେବାୟତ ମାନଙ୍କ ସହିତ ଏ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ସୂଚନାଯୋଗ୍ୟ ଯେ, ଗତ ସ୍ନାନ ପୂର୍ଣ୍ଣିମା ଦିନ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ବଳଦେବଜୀଉଙ୍କ ମନ୍ଦିର ପରିଦର୍ଶନ କରିଥିଲେ । ଏହି ପରିଦର୍ଶନ ସମୟରେ ସେବାୟତ ଓ ଜନସାଧାରଣ ମନ୍ଦିରର ବିଭିନ୍ନ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଆଜି ଅନୁଷ୍ଠିତ ଭିଡ଼ିଓ କନଫରେନସିଂରେ ବଳଦେବଜୀଉଙ୍କ ପୀଠ ତୁଳସୀ କ୍ଷେତ୍ରର ସର୍ବବିଧ ବିକାଶ କରି ଏହାକୁ ଏକ ଆକର୍ଷଣୀୟ ଧର୍ମୀୟ ପର୍ଯ୍ୟଟନ କ୍ଷେତ୍ର ଭାବରେ ବିକଶିତ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।
ତଦନୁଯାୟୀ କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ଓ ଏହାର ପରିସରକୁ ସୁଦୃଶ୍ୟ ଆଲୋକମାଳାରେ ସୁସଜ୍ଜିତ କରାଯିବା ସହିତ ବଡ଼ଦାଣ୍ଡର ଉନ୍ନତିକରଣ କରାଯାଇ ଏହାର ଦୁଇ ପାଶ୍ୱର୍କୁ ମଧ୍ୟ ସୁଦୃଶ୍ୟ ଆଲୋକମାଳାରେ ସଜ୍ଜିତ କରାଯିବ । ସେହିପରି କେନ୍ଦ୍ରାପଡ଼ାରେ ଏକ ଅଧ୍ୟାତ୍ମିକ ଉଦ୍ୟାନ ନିର୍ମାଣ କରାଯିବା ସହିତ ବଳଦେବଜୀଉ ଐତିହ୍ୟ ପୁଷ୍କରିଣୀର ମଧ୍ୟ ପୁନରୁଦ୍ଧାର କରାଯିବ । ବଳଦେବଜୀଉ ମନ୍ଦିରର କୀର୍ତ୍ତିରାଜିର ଉପଯୁକ୍ତ ସଂରକ୍ଷଣ ପାଇଁ ପଦକ୍ଷେପ ନିଆଯିବ । ଏତଦ୍‌ବ୍ୟତୀତ ମନ୍ଦିରର ନିରାପତ୍ତା, ସୁରକ୍ଷା ଏବଂ ଜଳ ନିଷ୍କାସନ ପ୍ରଣାଳୀକୁ ସମୁନ୍ନତ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ବୈଠକରେ ସ୍ଥିର କରାଯାଇଛି । ଏହିସବୁ ଉନ୍ନତିକରଣ କାର୍ଯ୍ୟର ଗୁଣାତ୍ମକ ମାନ ବଜାୟ ରଖିବା ସହିତ ଆସନ୍ତା ରଥଯାତ୍ରା ପୂର୍ବରୁ ସମ୍ପୂର୍ଣ୍ଣ କରିବାକୁ ମୁଖ୍ୟମନ୍ତ୍ରୀ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହା ସହିତ ଏହିସବୁ କାର୍ଯ୍ୟକ୍ରମର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ାବାସୀଙ୍କ ସହଯୋଗ ମଧ୍ୟ କାମନା କରିଥିଲେ । ସେବାୟତ ମାନଙ୍କ ପକ୍ଷରୁ ଏହି ନିଷ୍ପତ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦିଆଯାଇଥିଲା । ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଓ ପୂର୍ତ୍ତ ସଚିବ ପ୍ରମୁଖ ଉପସ୍ଥିତ ଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
 ସାଧାରଣ ସେବା କେନ୍ଦ୍ରରେ ମିଳିବ ଡ୍ରାଇଭିଂ ଲାଇସେନ୍ସ

ସାଧାରଣ ସେବା କେନ୍ଦ୍ରରେ ମିଳିବ ଡ୍ରାଇଭିଂ ଲାଇସେନ୍ସ

Read More...

ଡୋପ ଟେଷ୍ଟରେ ବିଫଳ   ରବି କୁମାର ଚାରି ବର୍ଷ ପାଇଁ ବାସନ୍ଦ

ଡୋପ ଟେଷ୍ଟରେ ବିଫଳ ରବି କୁମାର ଚାରି ବର୍ଷ ପାଇଁ ବାସନ୍ଦ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page